20ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ।
21ପୁଣି, ଶଲୋମନ (ଫରାତ୍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟି ଆଣିଲେ ଓ ତାଙ୍କର ସେବା କଲେ।
22ଶଲୋମନଙ୍କର ପ୍ରାତ୍ୟହିକ ଆୟୋଜନୀୟ ଦ୍ରବ୍ୟ ତିରିଶ ମହଣ ସରୁ ମଇଦା ଓ ଷାଠିଏ ମହଣ ସୁଜି,
23ଆଉ ଦଶ ପୁଷ୍ଟ ଗୋରୁ ଓ ଚରାସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା।
24କାରଣ, ସେ ତିପ୍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; ପୁଣି, ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା।