ପ୍ରଥମ ରାଜାବଳୀ 4

ଆଉ ଦଶ ପୁଷ୍ଟ ଗୋରୁ ଓ ଚରାସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା।

1 Kings 4:23 (UKJV) Ten fat oxen, and twenty oxen out of the pastures, and an hundred sheep, beside harts, and roebucks, and fallow-deer, and fatted fowl.

21ପୁଣି, ଶଲୋମନ (ଫରାତ୍‍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟି ଆଣିଲେ ଓ ତାଙ୍କର ସେବା କଲେ।

22ଶଲୋମନଙ୍କର ପ୍ରାତ୍ୟହିକ ଆୟୋଜନୀୟ ଦ୍ରବ୍ୟ ତିରିଶ ମହଣ ସରୁ ମଇଦା ଓ ଷାଠିଏ ମହଣ ସୁଜି,

23ଆଉ ଦଶ ପୁଷ୍ଟ ଗୋରୁ ଓ ଚରାସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା।

24କାରଣ, ସେ ତିପ୍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍‍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; ପୁଣି, ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା।

25ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମ୍ବିରିବୃକ୍ଷ ମୂଳରେ ନିରାପଦରେ ବାସ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.