23ଆଉ ଦଶ ପୁଷ୍ଟ ଗୋରୁ ଓ ଚରାସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା।
24କାରଣ, ସେ ତିପ୍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; ପୁଣି, ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା।
25ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମ୍ବିରିବୃକ୍ଷ ମୂଳରେ ନିରାପଦରେ ବାସ କଲେ।
26ଆଉ ଶଲୋମନଙ୍କର ରଥ ନିମନ୍ତେ ଚାଳିଶ ସହସ୍ର ଅଶ୍ୱଶାଳା ଓ ବାର ସହସ୍ର ଅଶ୍ୱାରୋହୀ ଥିଲେ।
27ଆଉ ଶଲୋମନ ରାଜାଙ୍କ ନିମନ୍ତେ ଓ ଶଲୋମନ ରାଜାଙ୍କର ମେଜରେ ଭୋଜନକାରୀ ସମସ୍ତଙ୍କ ନିମନ୍ତେ ପୂର୍ବୋକ୍ତ ଦେଶାଧ୍ୟକ୍ଷମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ନିରୂପିତ ମାସରେ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ସେମାନେ କିଛି ଊଣା କଲେ ନାହିଁ।