ପ୍ରଥମ ରାଜାବଳୀ 4

ସେ ତିନି ସହସ୍ର ନୀତିକଥା କହିଲେ ଓ ତାଙ୍କର ଗୀତ ଏକ ସହସ୍ର ପାଞ୍ଚ ଥିଲା।

1 Kings 4:32 (UKJV) And he spoke three thousand proverbs: and his songs were a thousand and five.

30ପୂର୍ବଦେଶୀୟ ଓ ମିସରୀୟ ସମସ୍ତ ଲୋକଙ୍କର ସମୁଦାୟ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ହେଲା।

31କାରଣ, ସେ ସମସ୍ତ ଲୋକଙ୍କଠାରୁ, ଇଷ୍ରାହୀୟ ଏଥନ୍‍ ଓ ମାହୋଲର ପୁତ୍ର ହେମନ ଓ କଲ୍‍କୋଲ୍‍ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନବାନ ଥିଲେ ଓ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀ ମଧ୍ୟରେ ତାଙ୍କର ସୁଖ୍ୟାତି ବ୍ୟାପିଲା।

32ସେ ତିନି ସହସ୍ର ନୀତିକଥା କହିଲେ ଓ ତାଙ୍କର ଗୀତ ଏକ ସହସ୍ର ପାଞ୍ଚ ଥିଲା।

33ପୁଣି, ସେ ଲିବାନୋନର ଏରସ ବୃକ୍ଷଠାରୁ ପ୍ରାଚୀରରେ ଉତ୍ପନ୍ନ ଏସୋବ ତୃଣ ପର୍ଯ୍ୟନ୍ତ ବୃକ୍ଷମାନର ବର୍ଣ୍ଣନା କଲେ; ସେ ପଶୁ ଓ ପକ୍ଷୀ ଓ ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ମଧ୍ୟ ବର୍ଣ୍ଣନା କଲେ।

34ପୁଣି, ପୃଥିବୀସ୍ଥ ଯେଉଁ ଯେଉଁ ରାଜା ଶଲୋମନଙ୍କର ଜ୍ଞାନ ବିଷୟ ଶୁଣିଥିଲେ, ସେମାନଙ୍କ ନିକଟରୁ ସର୍ବଦେଶୀୟ ଲୋକେ ତାଙ୍କର ଜ୍ଞାନର କଥା ଶୁଣିବାକୁ ଆସିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.