7ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ।
8ଆଉ ସେମାନଙ୍କର ନାମ ଏହି; ଇଫ୍ରୟିମର ପର୍ବତମୟ ଦେଶରେ ବିନ୍-ହୂର।
9ମାକସ୍, ଶାଲବୀମ୍, ବେଥ୍-ଶେମଶ ଓ ଏଲୋନ-ବେଥ୍-ହାନନ୍ରେ ବିନ୍-ଦେକର;
10ଅରୁବୋତରେ ବିନ୍-ହେଷଦ୍; ସୋଖୋ ଓ ସମୁଦାୟ ହେଫର ପ୍ରଦେଶ ତାହାର ଅଧୀନ ଥିଲା;
11ସମୁଦାୟ ଦୋର ଉପପର୍ବତରେ ବିନ୍-ଅବୀନାଦବ୍; ତାହାର ଭାର୍ଯ୍ୟା ଶଲୋମନଙ୍କର କନ୍ୟା ଟାଫତ୍ ଥିଲା।