ପ୍ରଥମ ରାଜାବଳୀ 5

ପୁଣି, ଶଲୋମନଙ୍କର ସତୁରି ହଜାର ଭାରବାହକ ଓ ପର୍ବତରେ ଅଶୀ ହଜାର ପଥର-କଟାଳୀ ଥିଲେ।

1 Kings 5:15 (UKJV) And Solomon had threescore and ten thousand that bare burdens, and fourscore thousand hewers in the mountains;

13ଏଥିଉତ୍ତାରେ ଶଲୋମନ ରାଜା ସମୁଦାୟ ଇସ୍ରାଏଲ ମଧ୍ୟରୁ ବେଠିକର୍ମ ନିମନ୍ତେ ଲୋକ ସଂଗ୍ରହ କଲେ; ତହିଁରେ ତିରିଶ ହଜାର ଲୋକ ସଂଗୃହୀତ ହେଲେ।

14ପୁଣି, ସେ ପାଳି ଅନୁସାରେ ମାସକୁ ଦଶ ହଜାର ଲୋକ ଲିବାନୋନକୁ ପଠାଇଲେ; ସେମାନେ ମାସେ ଲେଖାଏଁ ଲିବାନୋନରେ ଓ ଦୁଇ ମାସ ଲେଖାଏଁ ଘରେ ରହିଲେ ଓ ଅଦୋନୀରାମ୍‍ ବେଠିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।

15ପୁଣି, ଶଲୋମନଙ୍କର ସତୁରି ହଜାର ଭାରବାହକ ଓ ପର୍ବତରେ ଅଶୀ ହଜାର ପଥର-କଟାଳୀ ଥିଲେ।

16ଏହାଛଡ଼ା କର୍ମକାରୀ ଲୋକମାନଙ୍କ ଉପରେ ଶଲୋମନଙ୍କର ତିନି ହଜାର ତିନି ଶହ ପ୍ରଧାନ କାର୍ଯ୍ୟାଧ୍ୟକ୍ଷ ନିଯୁକ୍ତ ଥିଲେ।

17ପୁଣି, ପ୍ରସ୍ତୁତ ପ୍ରସ୍ତରରେ ଗୃହର ଭିତ୍ତିମୂଳ ସ୍ଥାପନ କରିବା ନିମନ୍ତେ ସେମାନେ ରାଜାଜ୍ଞାରେ ବୃହତ ପ୍ରସ୍ତର ଓ ମୂଲ୍ୟବାନ ପ୍ରସ୍ତର ଖୋଳିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.