ପ୍ରଥମ ରାଜାବଳୀ 5

ଏହାଛଡ଼ା କର୍ମକାରୀ ଲୋକମାନଙ୍କ ଉପରେ ଶଲୋମନଙ୍କର ତିନି ହଜାର ତିନି ଶହ ପ୍ରଧାନ କାର୍ଯ୍ୟାଧ୍ୟକ୍ଷ ନିଯୁକ୍ତ ଥିଲେ।

1 Kings 5:16 (UKJV) Beside the chief of Solomon's officers which were over the work, three thousand and three hundred, which ruled over the people that wrought in the work.

14ପୁଣି, ସେ ପାଳି ଅନୁସାରେ ମାସକୁ ଦଶ ହଜାର ଲୋକ ଲିବାନୋନକୁ ପଠାଇଲେ; ସେମାନେ ମାସେ ଲେଖାଏଁ ଲିବାନୋନରେ ଓ ଦୁଇ ମାସ ଲେଖାଏଁ ଘରେ ରହିଲେ ଓ ଅଦୋନୀରାମ୍‍ ବେଠିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।

15ପୁଣି, ଶଲୋମନଙ୍କର ସତୁରି ହଜାର ଭାରବାହକ ଓ ପର୍ବତରେ ଅଶୀ ହଜାର ପଥର-କଟାଳୀ ଥିଲେ।

16ଏହାଛଡ଼ା କର୍ମକାରୀ ଲୋକମାନଙ୍କ ଉପରେ ଶଲୋମନଙ୍କର ତିନି ହଜାର ତିନି ଶହ ପ୍ରଧାନ କାର୍ଯ୍ୟାଧ୍ୟକ୍ଷ ନିଯୁକ୍ତ ଥିଲେ।

17ପୁଣି, ପ୍ରସ୍ତୁତ ପ୍ରସ୍ତରରେ ଗୃହର ଭିତ୍ତିମୂଳ ସ୍ଥାପନ କରିବା ନିମନ୍ତେ ସେମାନେ ରାଜାଜ୍ଞାରେ ବୃହତ ପ୍ରସ୍ତର ଓ ମୂଲ୍ୟବାନ ପ୍ରସ୍ତର ଖୋଳିଲେ।

18ଆଉ ଶଲୋମନଙ୍କର, ହୂରମ୍‍ର ରାଜମିସ୍ତ୍ରୀମାନେ ଓ ଗିବ୍ଲୀୟ ଲୋକମାନେ ସେସବୁର ଗଠନ କଲେ, ଏହିରୂପେ ସେମାନେ ଗୃହ ନିର୍ମାଣ ନିମନ୍ତେ କାଷ୍ଠ ଓ ପ୍ରସ୍ତର ପ୍ରସ୍ତୁତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.