15ପୁଣି, ଶଲୋମନଙ୍କର ସତୁରି ହଜାର ଭାରବାହକ ଓ ପର୍ବତରେ ଅଶୀ ହଜାର ପଥର-କଟାଳୀ ଥିଲେ।
16ଏହାଛଡ଼ା କର୍ମକାରୀ ଲୋକମାନଙ୍କ ଉପରେ ଶଲୋମନଙ୍କର ତିନି ହଜାର ତିନି ଶହ ପ୍ରଧାନ କାର୍ଯ୍ୟାଧ୍ୟକ୍ଷ ନିଯୁକ୍ତ ଥିଲେ।
17ପୁଣି, ପ୍ରସ୍ତୁତ ପ୍ରସ୍ତରରେ ଗୃହର ଭିତ୍ତିମୂଳ ସ୍ଥାପନ କରିବା ନିମନ୍ତେ ସେମାନେ ରାଜାଜ୍ଞାରେ ବୃହତ ପ୍ରସ୍ତର ଓ ମୂଲ୍ୟବାନ ପ୍ରସ୍ତର ଖୋଳିଲେ।
18ଆଉ ଶଲୋମନଙ୍କର, ହୂରମ୍ର ରାଜମିସ୍ତ୍ରୀମାନେ ଓ ଗିବ୍ଲୀୟ ଲୋକମାନେ ସେସବୁର ଗଠନ କଲେ, ଏହିରୂପେ ସେମାନେ ଗୃହ ନିର୍ମାଣ ନିମନ୍ତେ କାଷ୍ଠ ଓ ପ୍ରସ୍ତର ପ୍ରସ୍ତୁତ କଲେ।