1ଏଥିଉତ୍ତାରେ ସୋରର ରାଜା ହୂରମ୍ ଶଲୋମନଙ୍କ ନିକଟକୁ ଆପଣା ଦାସମାନଙ୍କୁ ପଠାଇଲା; କାରଣ ଲୋକମାନେ ତାଙ୍କ ପିତାଙ୍କର ବଦଳେ ତାଙ୍କୁ ରାଜାଭିଷିକ୍ତ କଲେ ବୋଲି ସେ ଶୁଣିଥିଲା; ଆଉ ଦାଉଦ ସର୍ବଦା ହୂରମ୍ର ପ୍ରିୟପାତ୍ର ଥିଲେ।
2ଏଣୁ ଶଲୋମନ ହୂରମ୍ ନିକଟକୁ ଏହି କଥା କହି ପଠାଇଲେ,
3“ଆପଣ ଜାଣନ୍ତି, ମୋʼ ପିତା ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରି ପାରିଲେ ନାହିଁ, କାରଣ ସଦାପ୍ରଭୁ (ଶତ୍ରୁମାନଙ୍କୁ) ତାଙ୍କର ପଦତଳସ୍ଥ କରିବା ପର୍ଯ୍ୟନ୍ତ ତାଙ୍କ ଚାରିଆଡ଼େ ଯୁଦ୍ଧ ଘେରିଥିଲା।
4ମାତ୍ର ଏବେ ସଦାପ୍ରଭୁ ମୋʼ ପରମେଶ୍ୱର ଚତୁର୍ଦ୍ଦିଗରେ ମୋତେ ବିଶ୍ରାମ ଦେଇଅଛନ୍ତି; ବିପକ୍ଷ କେହି ନାହିଁ, ବା ବିପଦ-ଘଟଣା କିଛି ନାହିଁ।