7ସେତେବେଳେ ହୂରମ୍ ଶଲୋମନଙ୍କର ଏହି କଥା ଶୁଣନ୍ତେ, ଅତି ଆନନ୍ଦିତ ହୋଇ କହିଲା, “ସଦାପ୍ରଭୁ ଆଜି ଧନ୍ୟ ହେଉନ୍ତୁ, ସେ ଏହି ମହାଗୋଷ୍ଠୀ ଉପରେ ଦାଉଦଙ୍କୁ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି।”
8ଏଉତ୍ତାରେ ହୂରମ୍ ଶଲୋମନଙ୍କ ନିକଟକୁ କହି ପଠାଇଲା, “ଆପଣ ମୋʼ ନିକଟକୁ ଯେଉଁ କଥା କହି ପଠାଇଲେ, ତାହା ମୁଁ ଶୁଣିଲି; ମୁଁ ଏରସ ଓ ଦେବଦାରୁ କାଷ୍ଠ ବିଷୟରେ ଆପଣଙ୍କର ସମସ୍ତ ବାଞ୍ଛା ସଫଳ କରିବି।
9ମୋʼ ଦାସମାନେ ଲିବାନୋନଠାରୁ ସମୁଦ୍ର ପର୍ଯ୍ୟନ୍ତ ତାହା ଆଣିବେ; ପୁଣି, ଆପଣ ଯେଉଁ ସ୍ଥାନ ନିରୂପଣ କରିବେ, ସେଠାକୁ ମୁଁ ଭେଳା ବାନ୍ଧି ସମୁଦ୍ର ପଥରେ ପଠାଇ ସେଠାରେ ତାହା ଫିଟାଇଦେବି, ତହୁଁ ଆପଣ ନେଇଯିବେ; ଆଉ ଆପଣ ମୋʼ ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇ ମୋʼ ବାଞ୍ଛା ସଫଳ କରିବେ।”
10ଏହିରୂପେ ହୂରମ୍ ଶଲୋମନଙ୍କର ସମସ୍ତ ବାଞ୍ଛାନୁସାରେ ତାଙ୍କୁ ଏରସ ଓ ଦେବଦାରୁ କାଷ୍ଠ ଦେଲା।
11ପୁଣି, ଶଲୋମନ ହୂରମ୍ ଗୃହର ଖାଦ୍ୟ ନିମନ୍ତେ ତାହାକୁ କୋଡ଼ିଏ ହଜାର ମହଣ ଗହମ ଓ କୋଡ଼ିଏ ହଜାର ମହଣ ପେଷା ତେଲ ଦେଲେ; ଏହିରୂପେ ବର୍ଷକୁ ବର୍ଷ ଶଲୋମନ ହୂରମ୍କୁ ଦେଲେ।