8ମଧ୍ୟମ କୋଠରିମାନର ଦ୍ୱାର ଗୃହର ଦକ୍ଷିଣ ଭାଗରେ ଥିଲା; ପୁଣି, ଲୋକମାନେ ଘୂର୍ଣ୍ଣିତ ସୋପାନ ଦେଇ ମଧ୍ୟମ କୋଠରିକୁ ଓ ମଧ୍ୟମ କୋଠରିରୁ ତୃତୀୟ କୋଠରିକୁ ଚଢ଼ିଗଲେ।
9ଏହିରୂପେ ସେ ଗୃହ ନିର୍ମାଣ କାର୍ଯ୍ୟ ସମାପ୍ତ କଲେ, ଏରସ କାଷ୍ଠର କଡ଼ି ଓ ପଟାରେ ଗୃହ ଆଚ୍ଛାଦନ କଲେ।
10ଆଉ, ସେ ସମୁଦାୟ ଗୃହକୁ ଲଗାଇ ପାଞ୍ଚ ପାଞ୍ଚ ହାତ ଉଚ୍ଚର ମହଲା ବନାଇଲେ ଓ ଏରସ କାଷ୍ଠ ଦ୍ୱାରା ଗୃହ ଉପରେ ସେହିସବୁର ଭାର ରହିଲା।
11ଏଥିଉତ୍ତାରେ ଶଲୋମନଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,
12“ତୁମ୍ଭେ ତ ଏହି ଗୃହ ନିର୍ମାଣ କରୁଅଛ, ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ଚାଲିବ ଓ ଆମ୍ଭର ସକଳ ଶାସନ ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଚାଲିବ; ତେବେ ଆମ୍ଭେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ଆମ୍ଭେ ଆପଣାର ସେହି ବାକ୍ୟ ତୁମ୍ଭ ପ୍ରତି ସଫଳ କରିବା।