11ଏଥିଉତ୍ତାରେ ଶଲୋମନଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,
12“ତୁମ୍ଭେ ତ ଏହି ଗୃହ ନିର୍ମାଣ କରୁଅଛ, ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ଚାଲିବ ଓ ଆମ୍ଭର ସକଳ ଶାସନ ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଚାଲିବ; ତେବେ ଆମ୍ଭେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ଆମ୍ଭେ ଆପଣାର ସେହି ବାକ୍ୟ ତୁମ୍ଭ ପ୍ରତି ସଫଳ କରିବା।
13ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରିବା ଓ ଆପଣା ଲୋକ ଇସ୍ରାଏଲକୁ ପରିତ୍ୟାଗ କରିବା ନାହିଁ।”
14ଏହିରୂପେ ଶଲୋମନ ଗୃହ ନିର୍ମାଣ କରି ତାହା ସମାପ୍ତ କଲେ।
15ସେ ଗୃହର ଭିତର କାନ୍ଥସବୁରେ ଏରସ କାଷ୍ଠର ପଟା ଦେଲେ; ଗୃହର ଚଟାଣରୁ କାନ୍ଥର ଛାତ ପର୍ଯ୍ୟନ୍ତ ଭିତରଯାକ ସେ ସେହି କାଷ୍ଠରେ ଆଚ୍ଛାଦନ କଲେ; ପୁଣି, ଦେବଦାରୁ ପଟାରେ ଗୃହର ଚଟାଣ ଆଚ୍ଛାଦନ କଲେ।