ପ୍ରଥମ ରାଜାବଳୀ 6

ପୁଣି, ସେ ଗୃହର ପଶ୍ଚାତ୍‍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହାପବିତ୍ର ସ୍ଥାନ, ଅର୍ଥାତ୍‍, ମହାପବିତ୍ର ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ।

1 Kings 6:16 (UKJV) And he built twenty cubits on the sides of the house, both the floor and the walls with boards of cedar: he even built them for it within, even for the oracle, even for the most holy place.

14ଏହିରୂପେ ଶଲୋମନ ଗୃହ ନିର୍ମାଣ କରି ତାହା ସମାପ୍ତ କଲେ।

15ସେ ଗୃହର ଭିତର କାନ୍ଥସବୁରେ ଏରସ କାଷ୍ଠର ପଟା ଦେଲେ; ଗୃହର ଚଟାଣରୁ କାନ୍ଥର ଛାତ ପର୍ଯ୍ୟନ୍ତ ଭିତରଯାକ ସେ ସେହି କାଷ୍ଠରେ ଆଚ୍ଛାଦନ କଲେ; ପୁଣି, ଦେବଦାରୁ ପଟାରେ ଗୃହର ଚଟାଣ ଆଚ୍ଛାଦନ କଲେ।

16ପୁଣି, ସେ ଗୃହର ପଶ୍ଚାତ୍‍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହାପବିତ୍ର ସ୍ଥାନ, ଅର୍ଥାତ୍‍, ମହାପବିତ୍ର ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ।

17ତହିଁରେ ଗୃହ, ଅର୍ଥାତ୍‍, ମହାପବିତ୍ର ସ୍ଥାନର ସମ୍ମୁଖସ୍ଥ ମନ୍ଦିର ଚାଳିଶ ହାତ ଦୀର୍ଘ ହେଲା।

18ପୁଣି, ଗୃହ ଭିତରେ ଏରସ କାଷ୍ଠରେ କଳିକା ଓ ପ୍ରସ୍ପୁଟିତ ପୁଷ୍ପ ଖୋଦିତ କଲେ; ସବୁ ଏରସ କାଷ୍ଠର ଥିଲା; କିଛିମାତ୍ର ପ୍ରସ୍ତର ଦୃଶ୍ୟ ନୋହିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.