15ସେ ଗୃହର ଭିତର କାନ୍ଥସବୁରେ ଏରସ କାଷ୍ଠର ପଟା ଦେଲେ; ଗୃହର ଚଟାଣରୁ କାନ୍ଥର ଛାତ ପର୍ଯ୍ୟନ୍ତ ଭିତରଯାକ ସେ ସେହି କାଷ୍ଠରେ ଆଚ୍ଛାଦନ କଲେ; ପୁଣି, ଦେବଦାରୁ ପଟାରେ ଗୃହର ଚଟାଣ ଆଚ୍ଛାଦନ କଲେ।
16ପୁଣି, ସେ ଗୃହର ପଶ୍ଚାତ୍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହାପବିତ୍ର ସ୍ଥାନ, ଅର୍ଥାତ୍, ମହାପବିତ୍ର ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ।
17ତହିଁରେ ଗୃହ, ଅର୍ଥାତ୍, ମହାପବିତ୍ର ସ୍ଥାନର ସମ୍ମୁଖସ୍ଥ ମନ୍ଦିର ଚାଳିଶ ହାତ ଦୀର୍ଘ ହେଲା।
18ପୁଣି, ଗୃହ ଭିତରେ ଏରସ କାଷ୍ଠରେ କଳିକା ଓ ପ୍ରସ୍ପୁଟିତ ପୁଷ୍ପ ଖୋଦିତ କଲେ; ସବୁ ଏରସ କାଷ୍ଠର ଥିଲା; କିଛିମାତ୍ର ପ୍ରସ୍ତର ଦୃଶ୍ୟ ନୋହିଲା।
19ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସ୍ଥାପନାର୍ଥେ ଅନ୍ତଃସ୍ଥ ଗୃହ ମଧ୍ୟରେ ସେ ମହାପବିତ୍ର ସ୍ଥାନ ପ୍ରସ୍ତୁତ କଲେ।