ପ୍ରଥମ ରାଜାବଳୀ 6

ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସ୍ଥାପନାର୍ଥେ ଅନ୍ତଃସ୍ଥ ଗୃହ ମଧ୍ୟରେ ସେ ମହାପବିତ୍ର ସ୍ଥାନ ପ୍ରସ୍ତୁତ କଲେ।

1 Kings 6:19 (UKJV) And the oracle he prepared in the house within, to set there the ark of the covenant of the LORD.

17ତହିଁରେ ଗୃହ, ଅର୍ଥାତ୍‍, ମହାପବିତ୍ର ସ୍ଥାନର ସମ୍ମୁଖସ୍ଥ ମନ୍ଦିର ଚାଳିଶ ହାତ ଦୀର୍ଘ ହେଲା।

18ପୁଣି, ଗୃହ ଭିତରେ ଏରସ କାଷ୍ଠରେ କଳିକା ଓ ପ୍ରସ୍ପୁଟିତ ପୁଷ୍ପ ଖୋଦିତ କଲେ; ସବୁ ଏରସ କାଷ୍ଠର ଥିଲା; କିଛିମାତ୍ର ପ୍ରସ୍ତର ଦୃଶ୍ୟ ନୋହିଲା।

19ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସ୍ଥାପନାର୍ଥେ ଅନ୍ତଃସ୍ଥ ଗୃହ ମଧ୍ୟରେ ସେ ମହାପବିତ୍ର ସ୍ଥାନ ପ୍ରସ୍ତୁତ କଲେ।

20ଆଉ ସେହି ମହାପବିତ୍ର ସ୍ଥାନ ଭିତର କୋଡ଼ିଏ ହାତ ଦୀର୍ଘ, କୋଡ଼ିଏ ହାତ ପ୍ରସ୍ଥ ଓ କୋଡ଼ିଏ ହାତ ଉଚ୍ଚ ଥିଲା, ଆଉ ସେ ତହିଁରେ ନିର୍ମଳ ସୁବର୍ଣ୍ଣ ମଡ଼ାଇଲେ ଓ ଧୂପବେଦି ଏରସ କାଷ୍ଠରେ ଆଚ୍ଛାଦନ କଲେ।

21ଏହିରୂପେ ଶଲୋମନ ଗୃହ ଭିତର ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ମହାପବିତ୍ର ସ୍ଥାନ ସମ୍ମୁଖରେ ସୁବର୍ଣ୍ଣ ଜଞ୍ଜିରମାନ ଟଙ୍ଗାଇଲେ ଓ ସେ ତାହା ସୁବର୍ଣ୍ଣରେ ମଡ଼ାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.