ପ୍ରଥମ ରାଜାବଳୀ 6

ପୁଣି, ସେ ମହାପବିତ୍ର ସ୍ଥାନ ମଧ୍ୟରେ ଦଶ ହାତ ଉଚ୍ଚ ଜୀତ କାଷ୍ଠର ଦୁଇ କିରୂବ ନିର୍ମାଣ କଲେ।

1 Kings 6:23 (UKJV) And within the oracle he made two cherubims of olive tree, each ten cubits high.

21ଏହିରୂପେ ଶଲୋମନ ଗୃହ ଭିତର ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ମହାପବିତ୍ର ସ୍ଥାନ ସମ୍ମୁଖରେ ସୁବର୍ଣ୍ଣ ଜଞ୍ଜିରମାନ ଟଙ୍ଗାଇଲେ ଓ ସେ ତାହା ସୁବର୍ଣ୍ଣରେ ମଡ଼ାଇଲେ।

22ପୁଣି, ସମୁଦାୟ ଗୃହ ସମାପ୍ତ ହେବା ପର୍ଯ୍ୟନ୍ତ ସମସ୍ତ ଗୃହ ସୁବର୍ଣ୍ଣରେ ମଡ଼ାଇଲେ; ମଧ୍ୟ ମହାପବିତ୍ର ସ୍ଥାନର ଧୂପବେଦି ସମ୍ପୂର୍ଣ୍ଣ ରୂପେ ସୁବର୍ଣ୍ଣରେ ମଡ଼ାଇଲେ।

23ପୁଣି, ସେ ମହାପବିତ୍ର ସ୍ଥାନ ମଧ୍ୟରେ ଦଶ ହାତ ଉଚ୍ଚ ଜୀତ କାଷ୍ଠର ଦୁଇ କିରୂବ ନିର୍ମାଣ କଲେ।

24ଏକ କିରୂବର ଏକ ପକ୍ଷ ପାଞ୍ଚ ହାତ ଓ ଅନ୍ୟ ପକ୍ଷ ହିଁ ପାଞ୍ଚ ହାତ ଥିଲା; ଏକ ପକ୍ଷର ଅଗ୍ରଭାଗରୁ ଅନ୍ୟ ପକ୍ଷର ଅଗ୍ରଭାଗ ପର୍ଯ୍ୟନ୍ତ ଦଶ ହାତ ଥିଲା।

25ସେରୂପେ ଅନ୍ୟ କିରୂବ ହିଁ ଦଶ ହାତ ଥିଲା; ଦୁଇ କିରୂବଯାକ ଏକ ମାପ ଓ ଏକ ଆକାରର ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.