22ପୁଣି, ସମୁଦାୟ ଗୃହ ସମାପ୍ତ ହେବା ପର୍ଯ୍ୟନ୍ତ ସମସ୍ତ ଗୃହ ସୁବର୍ଣ୍ଣରେ ମଡ଼ାଇଲେ; ମଧ୍ୟ ମହାପବିତ୍ର ସ୍ଥାନର ଧୂପବେଦି ସମ୍ପୂର୍ଣ୍ଣ ରୂପେ ସୁବର୍ଣ୍ଣରେ ମଡ଼ାଇଲେ।
23ପୁଣି, ସେ ମହାପବିତ୍ର ସ୍ଥାନ ମଧ୍ୟରେ ଦଶ ହାତ ଉଚ୍ଚ ଜୀତ କାଷ୍ଠର ଦୁଇ କିରୂବ ନିର୍ମାଣ କଲେ।
24ଏକ କିରୂବର ଏକ ପକ୍ଷ ପାଞ୍ଚ ହାତ ଓ ଅନ୍ୟ ପକ୍ଷ ହିଁ ପାଞ୍ଚ ହାତ ଥିଲା; ଏକ ପକ୍ଷର ଅଗ୍ରଭାଗରୁ ଅନ୍ୟ ପକ୍ଷର ଅଗ୍ରଭାଗ ପର୍ଯ୍ୟନ୍ତ ଦଶ ହାତ ଥିଲା।
25ସେରୂପେ ଅନ୍ୟ କିରୂବ ହିଁ ଦଶ ହାତ ଥିଲା; ଦୁଇ କିରୂବଯାକ ଏକ ମାପ ଓ ଏକ ଆକାରର ଥିଲେ।
26ଏକ କିରୂବର ଉଚ୍ଚତା ଦଶ ହାତ, ଅନ୍ୟ କିରୂବର ମଧ୍ୟ ସେହିପରି ଥିଲା।