25ସେରୂପେ ଅନ୍ୟ କିରୂବ ହିଁ ଦଶ ହାତ ଥିଲା; ଦୁଇ କିରୂବଯାକ ଏକ ମାପ ଓ ଏକ ଆକାରର ଥିଲେ।
26ଏକ କିରୂବର ଉଚ୍ଚତା ଦଶ ହାତ, ଅନ୍ୟ କିରୂବର ମଧ୍ୟ ସେହିପରି ଥିଲା।
27ପୁଣି, ସେ ସେହି କିରୂବଦ୍ୱୟକୁ ଅନ୍ତରାଗାର ମଧ୍ୟରେ ରଖିଲେ; ଆଉ ସେହି କିରୂବମାନଙ୍କର ପକ୍ଷ ଏପରି ବିସ୍ତୀର୍ଣ୍ଣ ହୋଇଥିଲା ଯେ, ଏକର ପକ୍ଷ ଏକ କାନ୍ଥକୁ ଓ ଅନ୍ୟର ପକ୍ଷ ଅନ୍ୟ କାନ୍ଥକୁ ସ୍ପର୍ଶ କଲା; ପୁଣି, ଗୃହ ମଧ୍ୟରେ ସେମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କଲା।
28ତହୁଁ ସେ କିରୂବମାନଙ୍କୁ ସୁବର୍ଣ୍ଣରେ ମଡ଼ାଇଲେ।
29ପୁଣି, ସେ ଗୃହର ସକଳ କାନ୍ଥର ଭିତରେ ବାହାରେ ଚାରିଆଡ଼େ ଖୋଦିତ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖୋଳିଲେ।