ପ୍ରଥମ ରାଜାବଳୀ 6

ଆଉ ଗୃହର ପବିତ୍ର ସ୍ଥାନ ସମ୍ମୁଖସ୍ଥ ବାରଣ୍ଡା, ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଦୀର୍ଘ ଓ ଗୃହର ସମ୍ମୁଖରେ ତହିଁର ପ୍ରସ୍ଥ ଦଶ ହାତ ଥିଲା।

1 Kings 6:3 (UKJV) And the porch before the temple of the house, twenty cubits was the length thereof, according to the breadth of the house; and ten cubits was the breadth thereof before the house.

1ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାରି ଆସିଲା ଉତ୍ତାରେ ଚାରି ଶହ ଅଶୀ ବର୍ଷରେ ଓ ଇସ୍ରାଏଲ ଉପରେ ଶଲୋମନଙ୍କର ରାଜତ୍ଵର ଚତୁର୍ଥ ବର୍ଷର ସିବ୍‍ ନାମକ ଦ୍ୱିତୀୟ ମାସରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ।

2ପୁଣି, ଶଲୋମନ ରାଜା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମାଣ କଲେ, ତହିଁର ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ ହାତ।

3ଆଉ ଗୃହର ପବିତ୍ର ସ୍ଥାନ ସମ୍ମୁଖସ୍ଥ ବାରଣ୍ଡା, ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଦୀର୍ଘ ଓ ଗୃହର ସମ୍ମୁଖରେ ତହିଁର ପ୍ରସ୍ଥ ଦଶ ହାତ ଥିଲା।

4ପୁଣି, ଗୃହ ନିମନ୍ତେ ସେ ବନ୍ଦ ଜାଲିଝରକା ନିର୍ମାଣ କଲେ।

5ପୁଣି, ସେ ଗୃହର କାନ୍ଥ ଚାରିଆଡ଼େ, ଅର୍ଥାତ୍‍, ମନ୍ଦିର ଓ ମହାପବିତ୍ର ସ୍ଥାନର କାନ୍ଥକୁ ଲଗାଇ ଚାରିଆଡ଼େ ମହଲା ବନାଇଲେ ଓ ଚାରିଆଡ଼େ କୋଠରି ନିର୍ମାଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.