ପ୍ରଥମ ରାଜାବଳୀ 6

ଆହୁରି ଗୃହ-ଚଟାଣର ଭିତର ବାହାର ସୁବର୍ଣ୍ଣରେ ମଡ଼ାଇଲେ।

1 Kings 6:30 (UKJV) And the floors of the house he overlaid with gold, within and without.

28ତହୁଁ ସେ କିରୂବମାନଙ୍କୁ ସୁବର୍ଣ୍ଣରେ ମଡ଼ାଇଲେ।

29ପୁଣି, ସେ ଗୃହର ସକଳ କାନ୍ଥର ଭିତରେ ବାହାରେ ଚାରିଆଡ଼େ ଖୋଦିତ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖୋଳିଲେ।

30ଆହୁରି ଗୃହ-ଚଟାଣର ଭିତର ବାହାର ସୁବର୍ଣ୍ଣରେ ମଡ଼ାଇଲେ।

31ଆଉ, ସେ ମହାପବିତ୍ର ସ୍ଥାନର ପ୍ରବେଶ-ଦ୍ୱାର ଜୀତ କାଷ୍ଠରେ ନିର୍ମାଣ କଲେ, ତହିଁର କପାଳୀ ଓ ବାଜୁବନ୍ଧ କାନ୍ଥର ପଞ୍ଚମାଂଶ ଥିଲା।

32ଏହିରୂପେ ସେ ଜୀତ କାଷ୍ଠରେ ଦୁଇ କବାଟ କଲେ; ତହିଁ ଉପରେ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନର ଆକୃତି ଖୋଦାଇଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ; ଆଉ କିରୂବ ଓ ଖର୍ଜ୍ଜୁରବୃକ୍ଷମାନ ଉପରେ ସୁବର୍ଣ୍ଣ ମଡ଼ାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.