32ଏହିରୂପେ ସେ ଜୀତ କାଷ୍ଠରେ ଦୁଇ କବାଟ କଲେ; ତହିଁ ଉପରେ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନର ଆକୃତି ଖୋଦାଇଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ; ଆଉ କିରୂବ ଓ ଖର୍ଜ୍ଜୁରବୃକ୍ଷମାନ ଉପରେ ସୁବର୍ଣ୍ଣ ମଡ଼ାଇଲେ।
33ତଦ୍ରୂପ ମନ୍ଦିରର ପ୍ରବେଶ-ଦ୍ୱାର ନିମନ୍ତେ କାନ୍ଥର ଚତୁର୍ଥାଂଶରେ ଜୀତ କାଷ୍ଠର ଚୌକାଠ କଲେ;
34ଆଉ, ଦେବଦାରୁ କାଷ୍ଠରେ ଦୁଇ କବାଟ କଲେ; ଏକ କବାଟର ଦୁଇ ପଟ ଦୋହରା ଥିଲା, ଅନ୍ୟ କବାଟର ଦୁଇ ପଟ ଦୋହରା ଥିଲା।
35ପୁଣି, ସେ ତହିଁ ଉପରେ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନ ଖୋଳି ସେହି ଖୋଦିତ କର୍ମର ଆକୃତି ଅନୁସାରେ ସୁବର୍ଣ୍ଣ ମଡ଼ାଇଲେ।
36ପୁଣି, ସେ ତିନି ଧାଡ଼ି ଖୋଦିତ ପ୍ରସ୍ତରରେ ଓ ଏକ ଧାଡ଼ି ଏରସ କାଷ୍ଠର କଡ଼ିରେ ଭିତର ପ୍ରାଙ୍ଗଣ ନିର୍ମାଣ କଲେ।