ପ୍ରଥମ ରାଜାବଳୀ 6

ପୁଣି, ସେ ତିନି ଧାଡ଼ି ଖୋଦିତ ପ୍ରସ୍ତରରେ ଓ ଏକ ଧାଡ଼ି ଏରସ କାଷ୍ଠର କଡ଼ିରେ ଭିତର ପ୍ରାଙ୍ଗଣ ନିର୍ମାଣ କଲେ।

1 Kings 6:36 (UKJV) And he built the inner court with three rows of hewed stone, and a row of cedar beams.

34ଆଉ, ଦେବଦାରୁ କାଷ୍ଠରେ ଦୁଇ କବାଟ କଲେ; ଏକ କବାଟର ଦୁଇ ପଟ ଦୋହରା ଥିଲା, ଅନ୍ୟ କବାଟର ଦୁଇ ପଟ ଦୋହରା ଥିଲା।

35ପୁଣି, ସେ ତହିଁ ଉପରେ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନ ଖୋଳି ସେହି ଖୋଦିତ କର୍ମର ଆକୃତି ଅନୁସାରେ ସୁବର୍ଣ୍ଣ ମଡ଼ାଇଲେ।

36ପୁଣି, ସେ ତିନି ଧାଡ଼ି ଖୋଦିତ ପ୍ରସ୍ତରରେ ଓ ଏକ ଧାଡ଼ି ଏରସ କାଷ୍ଠର କଡ଼ିରେ ଭିତର ପ୍ରାଙ୍ଗଣ ନିର୍ମାଣ କଲେ।

37ଚତୁର୍ଥ ବର୍ଷର ସିବ୍‍ ମାସରେ ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପିତ ହେଲା।

38ପୁଣି, ଏକାଦଶ ବର୍ଷର ବୂଲ ନାମକ ଅଷ୍ଟମ ମାସରେ ନିରୂପିତ ଆକୃତି ଅନୁସାରେ ସମୁଦାୟ ଅଂଶରେ ଗୃହର ନିର୍ମାଣ କାର୍ଯ୍ୟ ସମାପ୍ତ ହେଲା। ଏରୂପେ ତାହା ନିର୍ମାଣ କରିବାରେ ତାଙ୍କୁ ସାତ ବର୍ଷ ଲାଗିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.