ପ୍ରଥମ ରାଜାବଳୀ 6

ପୁଣି, ଗୃହ ନିମନ୍ତେ ସେ ବନ୍ଦ ଜାଲିଝରକା ନିର୍ମାଣ କଲେ।

1 Kings 6:4 (UKJV) And for the house he made windows of narrow lights.

2ପୁଣି, ଶଲୋମନ ରାଜା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମାଣ କଲେ, ତହିଁର ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ ହାତ।

3ଆଉ ଗୃହର ପବିତ୍ର ସ୍ଥାନ ସମ୍ମୁଖସ୍ଥ ବାରଣ୍ଡା, ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଦୀର୍ଘ ଓ ଗୃହର ସମ୍ମୁଖରେ ତହିଁର ପ୍ରସ୍ଥ ଦଶ ହାତ ଥିଲା।

4ପୁଣି, ଗୃହ ନିମନ୍ତେ ସେ ବନ୍ଦ ଜାଲିଝରକା ନିର୍ମାଣ କଲେ।

5ପୁଣି, ସେ ଗୃହର କାନ୍ଥ ଚାରିଆଡ଼େ, ଅର୍ଥାତ୍‍, ମନ୍ଦିର ଓ ମହାପବିତ୍ର ସ୍ଥାନର କାନ୍ଥକୁ ଲଗାଇ ଚାରିଆଡ଼େ ମହଲା ବନାଇଲେ ଓ ଚାରିଆଡ଼େ କୋଠରି ନିର୍ମାଣ କଲେ।

6ତହିଁରେ ତଳ ମହଲା ପାଞ୍ଚ ହାତ ପ୍ରସ୍ଥ, ମଧ୍ୟ ମହଲା ଛଅ ହାତ ପ୍ରସ୍ଥ ଓ ତୃତୀୟ ମହଲା ସାତ ହାତ ପ୍ରସ୍ଥ ଥିଲା। କାରଣ, କଡ଼ିକାଠ ଯେପରି ଗୃହର କାନ୍ଥରେ ବନ୍ଦ ନ ହୁଏ, ଏଥିପାଇଁ ସେ ଚାରିଆଡ଼େ ଗୃହର କାନ୍ଥର ବାହାର ଭାଗରେ ଆଧାର କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.