1ଏଥିଉତ୍ତାରେ ଶଲୋମନ ତେର ବର୍ଷ ଆପଣା ଗୃହ ନିର୍ମାଣ କରିବାରେ ଲାଗି ଆପଣାର ସମୁଦାୟ ଗୃହ ସମାପ୍ତ କଲେ।
2କାରଣ, ସେ ଲିବାନୋନ-ଅରଣ୍ୟ ନାମକ ଗୃହ ନିର୍ମାଣ କଲେ; ତହିଁର ଦୀର୍ଘତା ଏକ ଶହ ହାତ, ତହିଁର ପ୍ରସ୍ଥ ପଚାଶ ହାତ ଓ ତହିଁର ଉଚ୍ଚତା ତିରିଶ ହାତ, ଚାରି ଧାଡ଼ି ଏରସ କାଷ୍ଠର ସ୍ତମ୍ଭ ଉପରେ ଏରସ କାଷ୍ଠର କଡ଼ି ଦେଇ ତାହା ନିର୍ମାଣ କଲେ।
3ଆଉ, ସ୍ତମ୍ଭମାନର ଉପରିସ୍ଥିତ ପଞ୍ଚଚାଳିଶ କଡ଼ି ଉପରେ ଏରସ କାଷ୍ଠର ଛାତ କଲେ; ଧାଡ଼ିକେ ପନ୍ଦର ଲେଖାଏଁ।