22ପୁଣି, ସେହି ସ୍ତମ୍ଭ-ମଥାନ ଉପରେ କଇଁଫୁଲ-କର୍ମ ଥିଲା; ଏହିରୂପେ ସ୍ତମ୍ଭ କାର୍ଯ୍ୟ ସମାପ୍ତ ହେଲା।
23ଏଥିଉତ୍ତାରେ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲା, ତାହା ଏକ ଫନ୍ଦରୁ ଅନ୍ୟ ଫନ୍ଦ ଯାଏ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ ଓ ତହିଁର ପରିଧି ତିରିଶ ହାତ ପରିମିତ ଥିଲା।
24ଆଉ ଫନ୍ଦ ତଳେ ଚତୁର୍ଦ୍ଦିଗରେ କଳିକାମାନ ପରିବେଷ୍ଟିତ ଥିଲା, ତାହା ହାତକେ ଦଶ ଲେଖାଏଁ ସମୁଦ୍ରରୂପ ପାତ୍ରକୁ ବେଷ୍ଟନ କରି ରହିଲା; ପାତ୍ର ଢଳା ହେବା ବେଳେ ଏହି କଳିକାମାନ ଦୁଇ ଧାଡ଼ିରେ ଢଳା ଯାଇଥିଲା।
25ଏହି ପାତ୍ର ଦ୍ୱାଦଶ ଗୋରୁ ଉପରେ ସ୍ଥାପିତ ଥିଲା, ସେମାନଙ୍କ ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ସେମାନଙ୍କ ଉପରେ ସମୁଦ୍ରରୂପ ପାତ୍ର ସ୍ଥାପିତ ଥିଲା ଓ ସେସମସ୍ତର ପଶ୍ଚାତ୍ଭାଗ ଭିତରକୁ ଥିଲା।
26ସେହି ପାତ୍ର ଚାରି ଅଙ୍ଗୁଳି ମୋଟ, ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ, କଇଁଫୁଲ ତୁଲ୍ୟ ଥିଲା; ତହିଁରେ ଦୁଇ ହଜାର ମହଣ ଧରିଲା।