25ଏହି ପାତ୍ର ଦ୍ୱାଦଶ ଗୋରୁ ଉପରେ ସ୍ଥାପିତ ଥିଲା, ସେମାନଙ୍କ ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ସେମାନଙ୍କ ଉପରେ ସମୁଦ୍ରରୂପ ପାତ୍ର ସ୍ଥାପିତ ଥିଲା ଓ ସେସମସ୍ତର ପଶ୍ଚାତ୍ଭାଗ ଭିତରକୁ ଥିଲା।
26ସେହି ପାତ୍ର ଚାରି ଅଙ୍ଗୁଳି ମୋଟ, ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ, କଇଁଫୁଲ ତୁଲ୍ୟ ଥିଲା; ତହିଁରେ ଦୁଇ ହଜାର ମହଣ ଧରିଲା।
27ପୁଣି, ସେ ଦଶ ପିତ୍ତଳ ବଇଠି କଲା; ପ୍ରତ୍ୟେକ ବଇଠିର ଦୈର୍ଘ୍ୟ ଚାରି ହାତ, ପ୍ରସ୍ଥ ଚାରି ହାତ ଓ ଉଚ୍ଚତା ତିନି ହାତ ଥିଲା।
28ସେସବୁ ବଇଠିର ଗଠନ ଏହିରୂପ, ଯଥା, ସେସବୁର ମଧ୍ୟଦେଶ ଥିଲା; ସେହି ସବୁ ମଧ୍ୟଦେଶ ବିଟମାନର ମଧ୍ୟରେ ଥିଲା;
29ପୁଣି, ବିଟର ମଧ୍ୟବର୍ତ୍ତା ସେହି ସବୁ ମଧ୍ୟଦେଶରେ ସିଂହ, ଗୋରୁ ଓ କିରୂବମାନେ ଥିଲେ; ଆଉ ବିଟ ଉପରେ ଏକ ବଇଠି ଥିଲା; ପୁଣି, ସିଂହ ଓ ଗୋରୁମାନଙ୍କ ତଳେ ସୂକ୍ଷ୍ମ କାର୍ଯ୍ୟର ମାଳା ଥିଲା।