28ସେସବୁ ବଇଠିର ଗଠନ ଏହିରୂପ, ଯଥା, ସେସବୁର ମଧ୍ୟଦେଶ ଥିଲା; ସେହି ସବୁ ମଧ୍ୟଦେଶ ବିଟମାନର ମଧ୍ୟରେ ଥିଲା;
29ପୁଣି, ବିଟର ମଧ୍ୟବର୍ତ୍ତା ସେହି ସବୁ ମଧ୍ୟଦେଶରେ ସିଂହ, ଗୋରୁ ଓ କିରୂବମାନେ ଥିଲେ; ଆଉ ବିଟ ଉପରେ ଏକ ବଇଠି ଥିଲା; ପୁଣି, ସିଂହ ଓ ଗୋରୁମାନଙ୍କ ତଳେ ସୂକ୍ଷ୍ମ କାର୍ଯ୍ୟର ମାଳା ଥିଲା।
30ଆହୁରି ପ୍ରତ୍ୟେକ ବଇଠିର ପିତ୍ତଳମୟ ଚାରି ଚକ୍ର, ପିତ୍ତଳର ଅଖ ଥିଲା ଓ ଚାରି କୋଣରେ ସ୍ଥାପିତ ଅବଲମ୍ବନ ଥିଲା; ସେହି ସବୁ ଢଳାକର୍ମର ଅବଲମ୍ବନ ପ୍ରକ୍ଷାଳନ-ପାତ୍ର ତଳେ ଥିଲା ଓ ପ୍ରତ୍ୟେକର ପାର୍ଶ୍ୱରେ ମାଳା ଥିଲା।
31ପୁଣି, ତହିଁର ମୁଣ୍ଡାଳି ମଧ୍ୟରେ ଓ ତାହା ଉପରେ ତହିଁର ମୁଖ ଏକ ହସ୍ତ, ଆଉ ତହିଁର ମୁଖ ବଇଠିର କର୍ମାନୁସାରେ ଗୋଲାକାର ଓ ଦେଢ଼ ହସ୍ତ ପରିମିତ; ମଧ୍ୟ ତହିଁର ମୁଖ ଉପରେ ଶିଳ୍ପକାର୍ଯ୍ୟ ଓ ତହିଁର ମଧ୍ୟଦେଶସବୁ ଗୋଲାକାର ନ ହୋଇ ଚତୁଷ୍କୋଣ ଥିଲା।
32ପୁଣି, ମଧ୍ୟଦେଶ ତଳେ ଚାରି ଚକ୍ର ଓ ଚକ୍ରର ଅଖ ବଇଠିକିରେ ସଂଯୁକ୍ତ ଥିଲା; ଆଉ ପ୍ରତ୍ୟେକ ଚକ୍ର ଦେଢ଼ ହସ୍ତ ଉଚ୍ଚ ଥିଲା।