31ପୁଣି, ତହିଁର ମୁଣ୍ଡାଳି ମଧ୍ୟରେ ଓ ତାହା ଉପରେ ତହିଁର ମୁଖ ଏକ ହସ୍ତ, ଆଉ ତହିଁର ମୁଖ ବଇଠିର କର୍ମାନୁସାରେ ଗୋଲାକାର ଓ ଦେଢ଼ ହସ୍ତ ପରିମିତ; ମଧ୍ୟ ତହିଁର ମୁଖ ଉପରେ ଶିଳ୍ପକାର୍ଯ୍ୟ ଓ ତହିଁର ମଧ୍ୟଦେଶସବୁ ଗୋଲାକାର ନ ହୋଇ ଚତୁଷ୍କୋଣ ଥିଲା।
32ପୁଣି, ମଧ୍ୟଦେଶ ତଳେ ଚାରି ଚକ୍ର ଓ ଚକ୍ରର ଅଖ ବଇଠିକିରେ ସଂଯୁକ୍ତ ଥିଲା; ଆଉ ପ୍ରତ୍ୟେକ ଚକ୍ର ଦେଢ଼ ହସ୍ତ ଉଚ୍ଚ ଥିଲା।
33ଆଉ ସେହି ସବୁ ଚକ୍ରର କର୍ମ ରଥଚକ୍ରର କର୍ମ ତୁଲ୍ୟ ଥିଲା; ତହିଁର ଅଖ, ନେମୀ, ନାଭି ଓ ଅରସବୁ ଢଳାକର୍ମର ଥିଲା।
34ପୁଣି, ପ୍ରତ୍ୟେକ ବଇଠିକିର ଚାରି କୋଣରେ ଚାରି ଅବଲମ୍ବନ ଥିଲା, ସେହି ଅବଲମ୍ବନ ବଇଠିକି ଦେହରେ ନିର୍ମିତ ଥିଲା।
35ଆଉ ବଇଠିକି ମୁଣ୍ଡରେ ଅର୍ଦ୍ଧ ହସ୍ତ ଉଚ୍ଚ ଏକ ଗୋଲାକାର ବନ୍ଧନୀ ଥିଲା; ପୁଣି, ବଇଠିକି ଉପରିସ୍ଥ ଅବଲମ୍ବନ ଓ ମଧ୍ୟଦେଶ ତହିଁ ସଙ୍ଗେ ନିର୍ମିତ ଥିଲା।