35ଆଉ ବଇଠିକି ମୁଣ୍ଡରେ ଅର୍ଦ୍ଧ ହସ୍ତ ଉଚ୍ଚ ଏକ ଗୋଲାକାର ବନ୍ଧନୀ ଥିଲା; ପୁଣି, ବଇଠିକି ଉପରିସ୍ଥ ଅବଲମ୍ବନ ଓ ମଧ୍ୟଦେଶ ତହିଁ ସଙ୍ଗେ ନିର୍ମିତ ଥିଲା।
36ପୁଣି, ସେ ତହିଁର ଅବଲମ୍ବନ ପ୍ରଦେଶରେ ଓ ତହିଁର ମଧ୍ୟଦେଶରେ ପ୍ରତ୍ୟେକର ପରିମାଣାନୁଯାୟୀ କିରୂବ, ସିଂହ ଓ ଖର୍ଜ୍ଜୁର ବୃକ୍ଷ ଖୋଦନ କରି ଚତୁର୍ଦ୍ଦିଗରେ ମାଳା ଦେଲା।
37ଏହିରୂପେ ସେ ଏକ ଛାଞ୍ଚ, ଏକ ପରିମାଣ ଓ ଏକ ଆକାରରେ ସେହି ଦଶ ବଇଠିକିଯାକ ନିର୍ମାଣ କଲା।
38ଏଉତ୍ତାରେ ସେ ପିତ୍ତଳର ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା; ଏକ ଏକ ପାତ୍ର ଚାଳିଶ ମହଣ ଧରେ; ପ୍ରତ୍ୟେକ ପାତ୍ର ଚାରି ହସ୍ତ ପରିମିତ; ପୁଣି, ଦଶ ବଇଠିକିର ପ୍ରତ୍ୟେକର ଉପରେ ଏକ ଏକ ପ୍ରକ୍ଷାଳନ-ପାତ୍ର ରହିଲା।
39ପୁଣି, ସେ ଗୃହର ଦକ୍ଷିଣ ପାର୍ଶ୍ୱରେ ପାଞ୍ଚ ଓ ଗୃହର ବାମ ପାର୍ଶ୍ୱରେ ପାଞ୍ଚ ବଇଠିକି ରଖିଲା; ଆଉ ଗୃହର ଦକ୍ଷିଣ ପାର୍ଶ୍ୱରେ ପୂର୍ବ ଦିଗରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲା।