ପ୍ରଥମ ରାଜାବଳୀ 7

ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ;

1 Kings 7:41 (UKJV) The two pillars, and the two bowls of the capitals that were on the top of the two pillars; and the two networks, to cover the two bowls of the capitals which were upon the top of the pillars;

39ପୁଣି, ସେ ଗୃହର ଦକ୍ଷିଣ ପାର୍ଶ୍ୱରେ ପାଞ୍ଚ ଓ ଗୃହର ବାମ ପାର୍ଶ୍ୱରେ ପାଞ୍ଚ ବଇଠିକି ରଖିଲା; ଆଉ ଗୃହର ଦକ୍ଷିଣ ପାର୍ଶ୍ୱରେ ପୂର୍ବ ଦିଗରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲା।

40ପୁଣି, ହୂରମ୍‍ ଏହିସବୁ ପ୍ରକ୍ଷାଳନ-ପାତ୍ର ଓ କରଚୁଲି ଓ କୁଣ୍ଡ ନିର୍ମାଣ କଲା। ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ହୂରମ୍‍ ଯେ ଯେ କର୍ମରେ ପ୍ରବୃତ୍ତ ହୋଇଥିଲା, ସେସକଳ ସମାପ୍ତ କଲା;

41ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ;

42ଆଉ, ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍‍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ;

43ଆଉ, ଦଶ ବଇଠିକି ଓ ସେହି ସବୁ ବଇଠିକି ଉପରେ ଦଶ ପ୍ରକ୍ଷାଳନ-ପାତ୍ର,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.