40ପୁଣି, ହୂରମ୍ ଏହିସବୁ ପ୍ରକ୍ଷାଳନ-ପାତ୍ର ଓ କରଚୁଲି ଓ କୁଣ୍ଡ ନିର୍ମାଣ କଲା। ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ହୂରମ୍ ଯେ ଯେ କର୍ମରେ ପ୍ରବୃତ୍ତ ହୋଇଥିଲା, ସେସକଳ ସମାପ୍ତ କଲା;
41ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ;
42ଆଉ, ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ;
43ଆଉ, ଦଶ ବଇଠିକି ଓ ସେହି ସବୁ ବଇଠିକି ଉପରେ ଦଶ ପ୍ରକ୍ଷାଳନ-ପାତ୍ର,
44ଏକ ସମୁଦ୍ରରୂପ ପାତ୍ର, ସେହି ସମୁଦ୍ରପାତ୍ର ତଳେ ବାର ଗୋରୁ,