ପ୍ରଥମ ରାଜାବଳୀ 7

ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ ନିର୍ମାଣ କରାଇଲେ; ଅର୍ଥାତ୍‍, ସ୍ୱର୍ଣ୍ଣ-ବେଦି ଓ ଦର୍ଶନୀୟ ରୁଟି ସ୍ଥାପନାର୍ଥେ ସ୍ୱର୍ଣ୍ଣର ମେଜ;

1 Kings 7:48 (UKJV) And Solomon made all the vessels that pertained unto the house of the LORD: the altar of gold, and the table of gold, whereupon the showbread was,

46ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ ଓ ସର୍ତ୍ତନ ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ।

47ଆଉ, ଅତ୍ୟନ୍ତ ବାହୁଲ୍ୟ ହେତୁ ଶଲୋମନ ସେହି ସବୁ ପାତ୍ର ତୌଲ କଲେ ନାହିଁ; ପିତ୍ତଳର ଓଜନ ଜଣାଗଲା ନାହିଁ।

48ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ ନିର୍ମାଣ କରାଇଲେ; ଅର୍ଥାତ୍‍, ସ୍ୱର୍ଣ୍ଣ-ବେଦି ଓ ଦର୍ଶନୀୟ ରୁଟି ସ୍ଥାପନାର୍ଥେ ସ୍ୱର୍ଣ୍ଣର ମେଜ;

49ପୁଣି, ମହାପବିତ୍ର ସ୍ଥାନ ସମ୍ମୁଖର ଦକ୍ଷିଣରେ ପାଞ୍ଚ, ବାମରେ ପାଞ୍ଚ ନିର୍ମଳ ସୁବର୍ଣ୍ଣର ଦୀପବୃକ୍ଷ, ସୁବର୍ଣ୍ଣର ପୁଷ୍ପ, ପ୍ରଦୀପ, ଚିମୁଟା,

50ନିର୍ମଳ ସୁବର୍ଣ୍ଣର ପାତ୍ର, କତୁରୀ, କୁଣ୍ଡ, ଚାମର ଓ ଅଙ୍ଗାରଧାନୀ; ପୁଣି, ଅନ୍ତରାଗାରର, ଅର୍ଥାତ୍‍, ମହାପବିତ୍ର ସ୍ଥାନର କବାଟ ପାଇଁ ଓ ଗୃହର, ଅର୍ଥାତ୍‍, ମନ୍ଦିରର କବାଟ ପାଇଁ ସୁବର୍ଣ୍ଣର କବ୍‌ଜା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.