13ମୁଁ ନିଶ୍ଚୟ ତୁମ୍ଭ ପାଇଁ ଏକ ବସତି-ଗୃହ, ତୁମ୍ଭର ଅନନ୍ତକାଳ ବାସ ନିମନ୍ତେ ଏକ ସ୍ଥାନ ନିର୍ମାଣ କରିଅଛି।”
14ତହୁଁ ରାଜା ମୁଖ ଫେରାଇ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କଲେ; ପୁଣି, ଇସ୍ରାଏଲର ସମଗ୍ର ସମାଜ ଠିଆ ହେଲେ।
15ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ଯେ ଆପଣା ମୁଖରେ ଆମ୍ଭ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,
16‘ଆମ୍ଭେ ଆପଣା ଇସ୍ରାଏଲ ଲୋକଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; ମାତ୍ର ଆମ୍ଭେ ଆପଣା ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କଲୁ।’
17ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋହର ପିତା ଦାଉଦଙ୍କର ସଂକଳ୍ପ ଥିଲା।