3ପୁଣି, ଇସ୍ରାଏଲର ପ୍ରାଚୀନ ସମସ୍ତେ ଉପସ୍ଥିତ ହୁଅନ୍ତେ, ଯାଜକମାନେ ସିନ୍ଦୁକ ଉଠାଇଲେ।
4ଆଉ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସମାଗମ-ତମ୍ବୁ ଓ ତମ୍ବୁରେ ଥିବା ସମସ୍ତ ପବିତ୍ର ପାତ୍ର ଆଣିଲେ; ଯାଜକ ଓ ଲେବୀୟମାନେ ଏହିସବୁ ଆଣିଲେ।
5ତହୁଁ ରାଜା ଶଲୋମନ ଓ ତାଙ୍କ ସହିତ ତାଙ୍କ ନିକଟରେ ଏକତ୍ରିତ ସମଗ୍ର ଇସ୍ରାଏଲ-ମଣ୍ଡଳୀ ସିନ୍ଦୁକ ସମ୍ମୁଖରେ ମେଷ ଓ ଗୋରୁ ବଳିଦାନ କଲେ, ତାହା ବାହୁଲ୍ୟ ହେତୁ ଅସଂଖ୍ୟ ଓ ଅପରିମେୟ ଥିଲା।
6ଏଉତ୍ତାରେ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତାହାର ସ୍ୱ ସ୍ଥାନକୁ, ଅର୍ଥାତ୍, ଗୃହର ମହାପବିତ୍ର ସ୍ଥାନ ମହାପବିତ୍ର ସ୍ଥାନସ୍ଥ କିରୂବମାନଙ୍କ ପକ୍ଷ ତଳକୁ ଆଣିଲେ।
7କାରଣ, କିରୂବମାନେ ସିନ୍ଦୁକର ସ୍ଥାନ ଉପରେ ଆପଣାମାନଙ୍କ ପକ୍ଷ ବିସ୍ତାର କରିଥିଲେ, ପୁଣି, କିରୂବମାନେ ସିନ୍ଦୁକ ଓ ତହିଁ ସାଙ୍ଗୀ ଉପର ଆଚ୍ଛାଦନ କରିଥିଲେ।