58ତାହାଙ୍କର ସମସ୍ତ ପଥରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଦତ୍ତ ତାହାଙ୍କ ସମସ୍ତ ଆଜ୍ଞା, ବିଧି ଓ ଶାସନ ପାଳନ କରିବା ପାଇଁ ସେ ଆମ୍ଭମାନଙ୍କ ଅନ୍ତଃକରଣକୁ ଆପଣା ପ୍ରତି ଆକର୍ଷଣ କରନ୍ତୁ।
59ଆଉ, ମୁଁ ଏହି ଯେସବୁ କଥାରେ ସଦାପ୍ରଭୁଙ୍କ ସମ୍ମୁଖରେ ନିବେଦନ କଲି, ତାହା ଦିବାରାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୋଚରରେ ଥାଉ, ପୁଣି, ପ୍ରତିଦିନର ପ୍ରୟୋଜନାନୁସାରେ ସେ ଆପଣା ଦାସର ବିଚାର ଓ ଆପଣା ଲୋକ ଇସ୍ରାଏଲର ବିଚାର ନିଷ୍ପତ୍ତି କରନ୍ତୁ;
60ତହିଁରେ ସଦାପ୍ରଭୁ ଯେ ପରମେଶ୍ୱର, ତାହାଙ୍କ ଛଡ଼ା ଅନ୍ୟ ନାହିଁ, ଏହା ପୃଥିବୀସ୍ଥ ସମୁଦାୟ ଗୋଷ୍ଠୀ ଜ୍ଞାତ ହେବେ।
61ଏହେତୁ ଆଜିର ନ୍ୟାୟ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିଧିରୂପ ପଥରେ ଚାଲିବା ପାଇଁ ଓ ତାହାଙ୍କ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ସିଦ୍ଧ ଥାଉ।”
62ଏଉତ୍ତାରେ ରାଜା ଓ ତାଙ୍କ ସଙ୍ଗେ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ସମ୍ମୁଖରେ ବଳି ଉତ୍ସର୍ଗ କଲେ।