60ତହିଁରେ ସଦାପ୍ରଭୁ ଯେ ପରମେଶ୍ୱର, ତାହାଙ୍କ ଛଡ଼ା ଅନ୍ୟ ନାହିଁ, ଏହା ପୃଥିବୀସ୍ଥ ସମୁଦାୟ ଗୋଷ୍ଠୀ ଜ୍ଞାତ ହେବେ।
61ଏହେତୁ ଆଜିର ନ୍ୟାୟ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିଧିରୂପ ପଥରେ ଚାଲିବା ପାଇଁ ଓ ତାହାଙ୍କ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ସିଦ୍ଧ ଥାଉ।”
62ଏଉତ୍ତାରେ ରାଜା ଓ ତାଙ୍କ ସଙ୍ଗେ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ସମ୍ମୁଖରେ ବଳି ଉତ୍ସର୍ଗ କଲେ।
63ପୁଣି, ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାଇଶ ହଜାର ଗୋରୁ ଓ ଏକ ଲକ୍ଷ କୋଡ଼ିଏ ହଜାର ମେଷ ମଙ୍ଗଳାର୍ଥକ ବଳି ନିମନ୍ତେ ଉତ୍ସର୍ଗ କଲେ। ଏହିରୂପେ ରାଜା ଓ ଇସ୍ରାଏଲର ସମସ୍ତ ସନ୍ତାନ ସଦାପ୍ରଭୁଙ୍କ ଗୃହ ପ୍ରତିଷ୍ଠା କଲେ।
64ସେହି ଦିନ ରାଜା ସଦାପ୍ରଭୁଙ୍କ ଗୃହ ସମ୍ମୁଖସ୍ଥ ପ୍ରାଙ୍ଗଣର ମଧ୍ୟଦେଶ ପବିତ୍ର କଲେ; କାରଣ, ସେଠାରେ ସେ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଉତ୍ସର୍ଗ କଲେ; ଯେହେତୁ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଧରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳମୟ ଯଜ୍ଞବେଦି ସାନ ଥିଲା।