ପ୍ରଥମ ରାଜାବଳୀ 8

ଅଷ୍ଟମ ଦିନରେ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ରାଜାଙ୍କୁ ଧନ୍ୟବାଦ କଲେ, ପୁଣି, ସଦାପ୍ରଭୁ ଆପଣା ଦାସ ଦାଉଦଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେସବୁ ମଙ୍ଗଳ ଦେଖାଇଥିଲେ, ତହିଁ ସକାଶୁ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ଆପଣା ଆପଣା ତମ୍ବୁକୁ ଗଲେ।

1 Kings 8:66 (UKJV) On the eighth day he sent the people away: and they blessed the king, and went unto their tents joyful and glad of heart for all the goodness that the LORD had done for David his servant, and for Israel his people.

64ସେହି ଦିନ ରାଜା ସଦାପ୍ରଭୁଙ୍କ ଗୃହ ସମ୍ମୁଖସ୍ଥ ପ୍ରାଙ୍ଗଣର ମଧ୍ୟଦେଶ ପବିତ୍ର କଲେ; କାରଣ, ସେଠାରେ ସେ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଉତ୍ସର୍ଗ କଲେ; ଯେହେତୁ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଧରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳମୟ ଯଜ୍ଞବେଦି ସାନ ଥିଲା।

65ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍‍ର ପ୍ରବେଶ ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ଆଉ ସାତ ଦିନ, ଏପରି ଚଉଦ ଦିନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ସବ କଲେ।

66ଅଷ୍ଟମ ଦିନରେ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ରାଜାଙ୍କୁ ଧନ୍ୟବାଦ କଲେ, ପୁଣି, ସଦାପ୍ରଭୁ ଆପଣା ଦାସ ଦାଉଦଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେସବୁ ମଙ୍ଗଳ ଦେଖାଇଥିଲେ, ତହିଁ ସକାଶୁ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ଆପଣା ଆପଣା ତମ୍ବୁକୁ ଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.