9ତହିଁରେ ଲୋକମାନେ ଉତ୍ତର କରିବେ, ‘ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ଯେ ସେମାନଙ୍କ ପିତୃଗଣକୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କୁ ସେମାନେ ତ୍ୟାଗ କଲେ ଓ ଅନ୍ୟ ଦେବଗଣର ଆଶ୍ରୟ ନେଇ ସେମାନଙ୍କୁ ପ୍ରଣାମ ଓ ସେବା କଲେ; ଏହି ହେତୁ ସଦାପ୍ରଭୁ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଅଛନ୍ତି।’”
10ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ, ଏହି ଦୁଇ ଗୃହ ନିର୍ମାଣ କରିବା ପାଇଁ ଶଲୋମନଙ୍କୁ କୋଡ଼ିଏ ବର୍ଷ ଲାଗିଲା;
11ତହିଁର ଶେଷରେ ଶଲୋମନ ରାଜା ସୋରର ରାଜା ହୂରମ୍କୁ; ଗାଲିଲୀ ଦେଶସ୍ଥ କୋଡ଼ିଏ ନଗର ଦେଲେ; ଏହି ହୂରମ୍ ଶଲୋମନଙ୍କର ସମସ୍ତ ବାଞ୍ଛାନୁସାରେ ତାଙ୍କୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ସୁବର୍ଣ୍ଣ ଯୋଗାଇ ଦେଇଥିଲା।
12ଏଉତ୍ତାରେ ହୂରମ୍ ଶଲୋମନଙ୍କର ଦତ୍ତ ନଗରମାନ ଦେଖିବାକୁ ସୋରରୁ ଆସିଲା, ମାତ୍ର ସେସବୁ ତାହାର ସନ୍ତୋଷଜନକ ହେଲା ନାହିଁ।
13ତହୁଁ ସେ କହିଲା, “ହେ ମୋହର ଭାଇ, ଏସବୁ କିପରି ନଗର ମୋତେ ଦେଇଅଛ?” ପୁଣି, ସେ ସେହିସବୁର ନାମ କାବୂଲ ଦେଶ ଦେଲା, ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।