ପ୍ରଥମ ରାଜାବଳୀ 9

ଏଉତ୍ତାରେ ହୂରମ୍‍ ଶଲୋମନଙ୍କର ଦତ୍ତ ନଗରମାନ ଦେଖିବାକୁ ସୋରରୁ ଆସିଲା, ମାତ୍ର ସେସବୁ ତାହାର ସନ୍ତୋଷଜନକ ହେଲା ନାହିଁ।

1 Kings 9:12 (UKJV) And Hiram came out from Tyre to see the cities which Solomon had given him; and they pleased him not.

10ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ, ଏହି ଦୁଇ ଗୃହ ନିର୍ମାଣ କରିବା ପାଇଁ ଶଲୋମନଙ୍କୁ କୋଡ଼ିଏ ବର୍ଷ ଲାଗିଲା;

11ତହିଁର ଶେଷରେ ଶଲୋମନ ରାଜା ସୋରର ରାଜା ହୂରମ୍‍କୁ; ଗାଲିଲୀ ଦେଶସ୍ଥ କୋଡ଼ିଏ ନଗର ଦେଲେ; ଏହି ହୂରମ୍‍ ଶଲୋମନଙ୍କର ସମସ୍ତ ବାଞ୍ଛାନୁସାରେ ତାଙ୍କୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ସୁବର୍ଣ୍ଣ ଯୋଗାଇ ଦେଇଥିଲା।

12ଏଉତ୍ତାରେ ହୂରମ୍‍ ଶଲୋମନଙ୍କର ଦତ୍ତ ନଗରମାନ ଦେଖିବାକୁ ସୋରରୁ ଆସିଲା, ମାତ୍ର ସେସବୁ ତାହାର ସନ୍ତୋଷଜନକ ହେଲା ନାହିଁ।

13ତହୁଁ ସେ କହିଲା, “ହେ ମୋହର ଭାଇ, ଏସବୁ କିପରି ନଗର ମୋତେ ଦେଇଅଛ?” ପୁଣି, ସେ ସେହିସବୁର ନାମ କାବୂଲ ଦେଶ ଦେଲା, ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।

14ପୁଣି, ହୂରମ୍‍ ଏକ ଶହ କୋଡ଼ିଏ ତାଳନ୍ତ ସୁନା ରାଜାଙ୍କ ନିକଟକୁ ପଠାଇଦେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.