11ତହିଁର ଶେଷରେ ଶଲୋମନ ରାଜା ସୋରର ରାଜା ହୂରମ୍କୁ; ଗାଲିଲୀ ଦେଶସ୍ଥ କୋଡ଼ିଏ ନଗର ଦେଲେ; ଏହି ହୂରମ୍ ଶଲୋମନଙ୍କର ସମସ୍ତ ବାଞ୍ଛାନୁସାରେ ତାଙ୍କୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ସୁବର୍ଣ୍ଣ ଯୋଗାଇ ଦେଇଥିଲା।
12ଏଉତ୍ତାରେ ହୂରମ୍ ଶଲୋମନଙ୍କର ଦତ୍ତ ନଗରମାନ ଦେଖିବାକୁ ସୋରରୁ ଆସିଲା, ମାତ୍ର ସେସବୁ ତାହାର ସନ୍ତୋଷଜନକ ହେଲା ନାହିଁ।
13ତହୁଁ ସେ କହିଲା, “ହେ ମୋହର ଭାଇ, ଏସବୁ କିପରି ନଗର ମୋତେ ଦେଇଅଛ?” ପୁଣି, ସେ ସେହିସବୁର ନାମ କାବୂଲ ଦେଶ ଦେଲା, ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।
14ପୁଣି, ହୂରମ୍ ଏକ ଶହ କୋଡ଼ିଏ ତାଳନ୍ତ ସୁନା ରାଜାଙ୍କ ନିକଟକୁ ପଠାଇଦେଲା।
15ସଦାପ୍ରଭୁଙ୍କ ଗୃହ, ଆପଣା ନିଜ ଗୃହ, ମିଲ୍ଲୋ, ଯିରୂଶାଲମର ପ୍ରାଚୀର, ହାସୋର, ମଗିଦ୍ଦୋ ଓ ଗେଷର ନିର୍ମାଣ କରିବା ପାଇଁ ରାଜା ଶଲୋମନ ଯେଉଁ ବେଠିକର୍ମକାରୀମାନଙ୍କୁ ସଂଗ୍ରହ କରିଥିଲେ, ତହିଁର ବିବରଣ।