ପ୍ରଥମ ରାଜାବଳୀ 9

ପୁଣି, ହୂରମ୍‍ ଏକ ଶହ କୋଡ଼ିଏ ତାଳନ୍ତ ସୁନା ରାଜାଙ୍କ ନିକଟକୁ ପଠାଇଦେଲା।

1 Kings 9:14 (UKJV) And Hiram sent to the king sixscore talents of gold.

12ଏଉତ୍ତାରେ ହୂରମ୍‍ ଶଲୋମନଙ୍କର ଦତ୍ତ ନଗରମାନ ଦେଖିବାକୁ ସୋରରୁ ଆସିଲା, ମାତ୍ର ସେସବୁ ତାହାର ସନ୍ତୋଷଜନକ ହେଲା ନାହିଁ।

13ତହୁଁ ସେ କହିଲା, “ହେ ମୋହର ଭାଇ, ଏସବୁ କିପରି ନଗର ମୋତେ ଦେଇଅଛ?” ପୁଣି, ସେ ସେହିସବୁର ନାମ କାବୂଲ ଦେଶ ଦେଲା, ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।

14ପୁଣି, ହୂରମ୍‍ ଏକ ଶହ କୋଡ଼ିଏ ତାଳନ୍ତ ସୁନା ରାଜାଙ୍କ ନିକଟକୁ ପଠାଇଦେଲା।

15ସଦାପ୍ରଭୁଙ୍କ ଗୃହ, ଆପଣା ନିଜ ଗୃହ, ମିଲ୍ଲୋ, ଯିରୂଶାଲମର ପ୍ରାଚୀର, ହାସୋର, ମଗିଦ୍ଦୋ ଓ ଗେଷର ନିର୍ମାଣ କରିବା ପାଇଁ ରାଜା ଶଲୋମନ ଯେଉଁ ବେଠିକର୍ମକାରୀମାନଙ୍କୁ ସଂଗ୍ରହ କରିଥିଲେ, ତହିଁର ବିବରଣ।

16ମିସରର ରାଜା ଫାରୋ ଯାଇ ଗେଷର ହସ୍ତଗତ କରି ତାହା ଅଗ୍ନିରେ ଦଗ୍ଧ କରି ତନ୍ନିବାସୀ କିଣାନୀୟମାନଙ୍କୁ ବଧ କରି ତାହା ଯୌତୁକ ରୂପେ ଆପଣା କନ୍ୟା ଶଲୋମନଙ୍କର ଭାର୍ଯ୍ୟାକୁ ଦେଇଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.