15ସଦାପ୍ରଭୁଙ୍କ ଗୃହ, ଆପଣା ନିଜ ଗୃହ, ମିଲ୍ଲୋ, ଯିରୂଶାଲମର ପ୍ରାଚୀର, ହାସୋର, ମଗିଦ୍ଦୋ ଓ ଗେଷର ନିର୍ମାଣ କରିବା ପାଇଁ ରାଜା ଶଲୋମନ ଯେଉଁ ବେଠିକର୍ମକାରୀମାନଙ୍କୁ ସଂଗ୍ରହ କରିଥିଲେ, ତହିଁର ବିବରଣ।
16ମିସରର ରାଜା ଫାରୋ ଯାଇ ଗେଷର ହସ୍ତଗତ କରି ତାହା ଅଗ୍ନିରେ ଦଗ୍ଧ କରି ତନ୍ନିବାସୀ କିଣାନୀୟମାନଙ୍କୁ ବଧ କରି ତାହା ଯୌତୁକ ରୂପେ ଆପଣା କନ୍ୟା ଶଲୋମନଙ୍କର ଭାର୍ଯ୍ୟାକୁ ଦେଇଥିଲା।
17ଏହେତୁ ଶଲୋମନ ଦେଶ ମଧ୍ୟରେ ଗେଷର, ଅଧଃସ୍ଥିତ ବେଥ୍-ହୋରଣ,
18ବାଲତ୍ ଓ ପ୍ରାନ୍ତରସ୍ଥ ତାମୋର,
19ଆଉ ଶଲୋମନଙ୍କର ଯେ ଯେ ଭଣ୍ଡାର ନଗର ଥିଲା, ତାହାସବୁ ଓ ରଥ ପାଇଁ ନଗର ଓ ଅଶ୍ୱାରୋହୀମାନଙ୍କ ପାଇଁ ନଗର, ପୁଣି, ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ସନ୍ତୁଷ୍ଟ ହେଲେ, ତାହାସବୁ ନିର୍ମାଣ କଲେ।