ପ୍ରଥମ ରାଜାବଳୀ 9

ଆଉ ଶଲୋମନଙ୍କର ଯେ ଯେ ଭଣ୍ଡାର ନଗର ଥିଲା, ତାହାସବୁ ଓ ରଥ ପାଇଁ ନଗର ଓ ଅଶ୍ୱାରୋହୀମାନଙ୍କ ପାଇଁ ନଗର, ପୁଣି, ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ସନ୍ତୁଷ୍ଟ ହେଲେ, ତାହାସବୁ ନିର୍ମାଣ କଲେ।

1 Kings 9:19 (UKJV) And all the cities of store that Solomon had, and cities for his chariots, and cities for his horsemen, and that which Solomon desired to build in Jerusalem, and in Lebanon, and in all the land of his dominion.

17ଏହେତୁ ଶଲୋମନ ଦେଶ ମଧ୍ୟରେ ଗେଷର, ଅଧଃସ୍ଥିତ ବେଥ୍-ହୋରଣ,

18ବାଲତ୍‍ ଓ ପ୍ରାନ୍ତରସ୍ଥ ତାମୋର,

19ଆଉ ଶଲୋମନଙ୍କର ଯେ ଯେ ଭଣ୍ଡାର ନଗର ଥିଲା, ତାହାସବୁ ଓ ରଥ ପାଇଁ ନଗର ଓ ଅଶ୍ୱାରୋହୀମାନଙ୍କ ପାଇଁ ନଗର, ପୁଣି, ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ସନ୍ତୁଷ୍ଟ ହେଲେ, ତାହାସବୁ ନିର୍ମାଣ କଲେ।

20ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସକଳ ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ;

21ଅର୍ଥାତ୍‍, ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ସମ୍ପୂର୍ଣ୍ଣ ରୂପେ ବିନାଶ କରିପାରି ନ ଥିଲେ, ସେମାନଙ୍କ ମଧ୍ୟରୁ ଶଲୋମନ ଆଜି ପର୍ଯ୍ୟନ୍ତ ବେଠିକର୍ମ କରିବା ପାଇଁ ଦାସ ସଂଗ୍ରହ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.