20ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସକଳ ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ;
21ଅର୍ଥାତ୍, ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ସମ୍ପୂର୍ଣ୍ଣ ରୂପେ ବିନାଶ କରିପାରି ନ ଥିଲେ, ସେମାନଙ୍କ ମଧ୍ୟରୁ ଶଲୋମନ ଆଜି ପର୍ଯ୍ୟନ୍ତ ବେଠିକର୍ମ କରିବା ପାଇଁ ଦାସ ସଂଗ୍ରହ କଲେ।
22ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଶଲୋମନ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ତାଙ୍କ ରାଜଭୃତ୍ୟ, ତାଙ୍କ ଅଧିପତି, ତାଙ୍କର ସେନାପତି, ତାଙ୍କ ରଥ ଓ ଅଶ୍ୱାରୋହୀମାନଙ୍କ ଉପରେ ଅଧ୍ୟକ୍ଷ ଥିଲେ।
23ସେମାନଙ୍କ ମଧ୍ୟରୁ ପାଞ୍ଚ ଶହ ପଚାଶ ଜଣ ଶଲୋମନଙ୍କର କର୍ମରେ ନିଯୁକ୍ତ ପ୍ରଧାନ ଅଧ୍ୟକ୍ଷ ଥିଲେ। ସେମାନେ କର୍ମକାରୀ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।
24ମାତ୍ର ଫାରୋର କନ୍ୟା ଦାଉଦ-ନଗରରୁ ଶଲୋମନଙ୍କ ଦ୍ୱାରା ତାହା ପାଇଁ ନିର୍ମିତ ଆପଣା ଗୃହକୁ ଆସିଲା; ତେବେ ଶଲୋମନ ମିଲ୍ଲୋ ନିର୍ମାଣ କଲେ।