ପ୍ରଥମ ରାଜାବଳୀ 9

ପୁଣି, ହୂରମ୍‍ ସେହି ଜାହାଜରେ ଶଲୋମନଙ୍କର ଦାସମାନଙ୍କ ସହିତ ସାମୁଦ୍ରିକ କର୍ମରେ ନିପୁଣ ଆପଣା ଦାସ ନାବିକମାନଙ୍କୁ ପଠାଇଲା।

1 Kings 9:27 (UKJV) And Hiram sent in the navy his servants, sailors that had knowledge of the sea, with the servants of Solomon.

25ପୁଣି, ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସେହି ଯଜ୍ଞବେଦି ଉପରେ ସେ ଧୂପ ଜ୍ୱଳାଇ ବର୍ଷକେ ତିନି ଥର ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଏହିରୂପେ ସେ ଗୃହ ନିର୍ମାଣ ସମାପ୍ତ କଲେ।

26ଏଥିଉତ୍ତାରେ ଶଲୋମନ ରାଜା ଇଦୋମ ଦେଶରେ ସୂଫ ସାଗରତୀରସ୍ଥ ଏଲତ୍‍ ନିକଟବର୍ତ୍ତୀ ଇତ୍‍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ।

27ପୁଣି, ହୂରମ୍‍ ସେହି ଜାହାଜରେ ଶଲୋମନଙ୍କର ଦାସମାନଙ୍କ ସହିତ ସାମୁଦ୍ରିକ କର୍ମରେ ନିପୁଣ ଆପଣା ଦାସ ନାବିକମାନଙ୍କୁ ପଠାଇଲା।

28ଆଉ ସେମାନେ ଓଫୀରକୁ ଯାଇ ସେଠାରୁ ଚାରି ଶହ କୋଡ଼ିଏ ତାଳନ୍ତ ସୁନା ନେଇ ଶଲୋମନ ରାଜାଙ୍କ ନିକଟକୁ ଆଣିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.