26ଏଥିଉତ୍ତାରେ ଶଲୋମନ ରାଜା ଇଦୋମ ଦେଶରେ ସୂଫ ସାଗରତୀରସ୍ଥ ଏଲତ୍ ନିକଟବର୍ତ୍ତୀ ଇତ୍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ।
27ପୁଣି, ହୂରମ୍ ସେହି ଜାହାଜରେ ଶଲୋମନଙ୍କର ଦାସମାନଙ୍କ ସହିତ ସାମୁଦ୍ରିକ କର୍ମରେ ନିପୁଣ ଆପଣା ଦାସ ନାବିକମାନଙ୍କୁ ପଠାଇଲା।
28ଆଉ ସେମାନେ ଓଫୀରକୁ ଯାଇ ସେଠାରୁ ଚାରି ଶହ କୋଡ଼ିଏ ତାଳନ୍ତ ସୁନା ନେଇ ଶଲୋମନ ରାଜାଙ୍କ ନିକଟକୁ ଆଣିଲେ।