6ମାତ୍ର ଯଦି ତୁମ୍ଭେମାନେ, ଅବା ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭ ପଶ୍ଚାତ୍ଗମନରୁ ଫେରିବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭ ସ୍ଥାପିତ ଆଜ୍ଞା ଓ ବିଧି ପାଳନ ନ କରିବ, ମାତ୍ର ଯାଇ ଅନ୍ୟ ଦେବଗଣକୁ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;
7ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି, ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ;
8ଆଉ ଏହି ଗୃହ ଏଡ଼େ ଉଚ୍ଚ ହେଲେ ହେଁ, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ବିଦ୍ରୂପ କରି କହିବେ, ‘ସଦାପ୍ରଭୁ କାହିଁକି ଏହି ଦେଶ ଓ ଏହି ଗୃହ ପ୍ରତି ଏପରି କଲେ?’
9ତହିଁରେ ଲୋକମାନେ ଉତ୍ତର କରିବେ, ‘ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ଯେ ସେମାନଙ୍କ ପିତୃଗଣକୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କୁ ସେମାନେ ତ୍ୟାଗ କଲେ ଓ ଅନ୍ୟ ଦେବଗଣର ଆଶ୍ରୟ ନେଇ ସେମାନଙ୍କୁ ପ୍ରଣାମ ଓ ସେବା କଲେ; ଏହି ହେତୁ ସଦାପ୍ରଭୁ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଅଛନ୍ତି।’”
10ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ, ଏହି ଦୁଇ ଗୃହ ନିର୍ମାଣ କରିବା ପାଇଁ ଶଲୋମନଙ୍କୁ କୋଡ଼ିଏ ବର୍ଷ ଲାଗିଲା;