8ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ
9ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ୱାସର ଫଳ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ,
10ପୁଣି, ସେହି ପରିତ୍ରାଣ ସମ୍ବନ୍ଧରେ ଯତ୍ନ ସହକାରେ ଅନ୍ୱେଷଣ ଓ ଅନୁସନ୍ଧାନ କଲେ।
11ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ।
12ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।