12ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।
13ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ।
14ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ,
15ମାତ୍ର ତୁମ୍ଭମାନଙ୍କର ଆହ୍ୱାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ।
16ଯେଣୁ ପବିତ୍ର ଶାସ୍ତ୍ରରେ ଲେଖାଅଛି, ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର।