15ମାତ୍ର ତୁମ୍ଭମାନଙ୍କର ଆହ୍ୱାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ।
16ଯେଣୁ ପବିତ୍ର ଶାସ୍ତ୍ରରେ ଲେଖାଅଛି, ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର।
17ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;
18ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃ-ପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର-ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ
19ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ।